ଆଜିଠାରୁ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ

0 420
greentech

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୦-୦୯-୨୦ : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା କାଲି ଅର୍ଥାତ ୨୦ ତାରିଖରେ ରାଜ୍ୟର ମାଲକାନଗିରି, କୋରାପୁଟ,ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା,କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୨୧ ତାରିଖରେ ୧୧ଟି ଜିଲ୍ଲା ଯଥା ଦେବଗଡ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା, ସୋନପୁର ଓ ସମ୍ବଲପୁର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାକୁ ଦୃଷ୍ଟିରେ ରଖି ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖରେ ମଧ୍ୟ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.

four − two =

error: Content is protected !!
Open chat