ଆଜି ରାଜ୍ୟରେ ୬୭୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଲା: ୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ,ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି।

0 367
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୪୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୨୨୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୯, ଖୋର୍ଦ୍ଧା ଓ ଭଦ୍ରକରୁ ୫୮ ଲେଖାଏଁ , କନ୍ଧମାଳ ଜିଲ୍ଲାରୁ ୪୪, କୋରାପୁଟ ଜିଲ୍ଲାରୁ ୪୧, ଜଗତସିଂହପୁର ଜିଲ୍ଲାରୁ ୩୬, କଟକ ଜିଲ୍ଲାରୁ ୩୨ , ଯାଜପୁର ଜିଲ୍ଲାରୁ ୨୮, କେନ୍ଦୁଝର ଜିଲ୍ଲାରୁ ୨୪, ବରଗଡ଼ ଜିଲ୍ଲାରୁ ୨୨, ଗଜପତି ଜିଲ୍ଲାରୁ ୧୫ , ଝାରସୁଗୁଡ଼ା ଜିଲ୍ଲାରୁ ୧୪, ସୁନ୍ଦରଗଡ଼ ଜିଲ୍ଲାରୁ ୧୧, ଢେଙ୍କାନାଳ ଜିଲ୍ଲାରୁ ୧୦ ,ମାଲକାନଗିରି, ନୟାଗଡ଼, ପୁରୀ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୪ ଜଣ ଲେଖାଏଁ , ସମ୍ବଲପୁର ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୧୩, କେନ୍ଦ୍ରାପଡ଼ା ଓ ଅନୁଗୁଳରୁ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୨,୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୩୩ ରହିଛି।

ଆଜି ପୁଣି କରୋନା ନେଇଛି ୬ ମୁଣ୍ଡ।  ହୋଇଛି। କରୋନା କାରଣରୁ

ଗଞ୍ଜାମରୁ ୪ ଜଣ, ନୟାଗଡ଼ରୁ ଜଣେ ଏବଂ ଗଜପତିରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ୬ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଛି।

୧- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୨- (ଗଞ୍ଜାମ) ନୟାଗଡ଼ ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।
୩- ଗଜପତି ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହରେ ମଧ୍ୟ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୪୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ମଧୁମେହରେ ପୀଡିତ ଥିଲେ।

୫- ଗଞ୍ଜାମ ଜିଲ୍ଲାର ଜଣେ ୫୪ ବର୍ଷ ବୟସ୍କ ପୁରୁଷ।
୬- ଗଞ୍ଜାମ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ମଧ୍ୟ ପୀଡିତ ଥିଲେ।

Leave A Reply

Your email address will not be published.

1 × three =

error: Content is protected !!
Open chat