
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି

