କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଓଡିଶାରୁ ବିଜେପି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ

0 403
greentech

ନୂଆଦିଲ୍ଲୀ ୦୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ମୋଦୀ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବା ସହିତ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ କ୍ୟାବିନେଟରେ କେଉଁ ବିଭାଗ ମିଳୁଛି ତା’ ଉପରେ ସମସ୍ତଙ୍କର ନଜର ରହିଛି ।

ଅଶ୍ୱିନୀ ବୈଷ୍ଣବ ଓଡିଶାରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚତ ହୋଇଥିଲେ । ବିଜେପି ଓ ବିଜେଡିର ମିଳିତ ସମର୍ଥନରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ଆଜି ସେ କେନ୍ଦ୍ର କ୍ୟାବିନେଟରେ ସାମିଲ ହେବା ସହିତ ତାଙ୍କୁ ଗୁରୁତ୍ବପୂର୍ଣ୍ଣ ମନ୍ତ୍ରୀ ପଦ ମିଳିପାରେ ବୋଲି ଚର୍ଚ୍ଚା ହେଉଛି । ବିଶେଷକରି ଅର୍ଥ ସମ୍ଭନ୍ଧୀୟ କୌଣସି ବିଭାଗରେ ସେ ମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି ।ଅଶ୍ୱିନୀ ବୈଷ୍ଣବଙ୍କ ସମେତ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନବାଲ, ବୀରେନ୍ଦ୍ର କୁମାର, ନାରାୟଣ ରାଣେ, ଜ୍ୟୋତିରାଦିତ୍ୟ ସିନ୍ଧିଆ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

Leave A Reply

Your email address will not be published.

1 × one =

error: Content is protected !!
Open chat