କୋଭିଡ୍ ମୁକାବିଲା: ପଶ୍ଚିମ ଓଡ଼ିଶା ପାଇଁ ଆଉ ୨୫ କୋଟି ଟଙ୍କାର ସହାୟତା ଘୋଷଣା

0 266
greentech

ଭୁବନେଶ୍ୱର ୧୧/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ ଯେ ପୂର୍ବରୁ ଗତ ମାସରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିଲା । ଏହି ସହାୟତା ରାଶିରେ କିଣା ଯାଇଥିବା ଜରୁରୀକାଳୀନ କୋଭିଡ ଉପକରଣକୁ ମୁଖ୍ୟମନ୍ତ୍ରୀ ଆଜି ଲୋକଙ୍କ ସେବାରେ ଉତ୍ସର୍ଗ କରିଛନ୍ତି ।

ଏହି ଅର୍ଥ ଦ୍ବାରା ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲା ବରଗଡ, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ସୁନ୍ଦରଗଡ, ନୂଆପଡା, ଝାରସୁଗୁଡା, ବୌଦ୍ଧ, ସୁବର୍ଣ୍ଣପୁର, ଦେବଗଡ ଓ ଅନୁଗୁଳରେ ସମସ୍ତ ଜରୁରୀକାଳୀନ କୋଭିଡ ଉପକରଣ କିଣାଯାଇଛି । ଭେଣ୍ଟିଲେଟର, ଅକ୍‌ସିଜେନ୍‌ ପାଇପ ଲାଇନ, ଅଟୋଆନାଲାଇଜର, ସିବିସି ମେସିନ୍‌, ଅକ୍‌ସିମିଟର ଆଦି ପାଇଁ ବ୍ୟବସ୍ଥା କରାଯାଇଛି । ଏହି ଅତିରିକ୍ତ ଅର୍ଥ ବ୍ୟବସ୍ଥା ଦ୍ବାରା ଏହି ଜିଲ୍ଲାଗୁଡିକରେ କୋଭିଡ ଭିତ୍ତିଭୂମି ଆହୁରି ସୁଦୃଢ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

3 × five =

error: Content is protected !!
Open chat