ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

0 187
greentech

କଳିଙ୍ଗ ଜ୍ୟୋତି ବ୍ରହ୍ମପୁର,୨୮ା୬ : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୫୯ ଜଣ ସୁସ୍ଥ ହୋଇଥିବା ବେଳେ ୪୦୩ଜଣ ଚିକିତ୍ସାଧୀନ ଅଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.

2 × 1 =

error: Content is protected !!
Open chat