![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮: ଦେଶର ନୂଆ ସିଏଜି ଭାବେ ଶପଥ ଗ୍ରହଣ କଲେ ଓଡିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ ।
![](https://i0.wp.com/kalingajyoti.com/wp-content/uploads/2020/08/gc_murmu_takes_oath_as_new_CAG.jpg?resize=591%2C441&ssl=1)
ଗିରୀଶ ଚନ୍ଦ୍ର ମୁର୍ମୁ ଏହି ଦାଇତ୍ୱ ନେବା ପୂର୍ବରୁ ବୁଧବାର ଜମ୍ମୁକଶ୍ମୀର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ। । ଏହାପରେ ତାଙ୍କୁ ରାଷ୍ଟ୍ରପତି ସିଏଜି ଭାବେ ନିଯୁକ୍ତି ପ୍ରଦାନ କରିଥିଲେ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ପୂର୍ବତନ ସିଏଜି ରାଜୀବ ମହର୍ଷିଙ୍କ ସ୍ଥାନରେ ମୁର୍ମୁଙ୍କୁ ଏହି ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିଛି ।
![](https://kalingajyoti.com/wp-content/uploads/2020/08/Girish-Chandra-Murmu1596871654921.jpg)
![](https://i0.wp.com/kalingajyoti.com/wp-content/uploads/2020/08/cag.jpg?resize=589%2C331&ssl=1)
ସୂଚନାଯୋଗ୍ୟ ଗିରୀଶ ଚନ୍ଦ୍ର ମୁର୍ମୁ ଧାରା ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ଗଠିତ ଜମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ନିଯୁକ୍ତ ହୋଇଥିଲେ । ୬୦ ବର୍ଷୀୟ ମୁର୍ମୁ ୧୯୮୫ ବ୍ୟାଚ ଗୁଜୁରାଟ କ୍ୟାଡରର ଆଇଏଏସ ଅଧିକାରୀ । ସେ ୩୧ ଅକ୍ଟୋବର ୨୦୧୯ରେ ଜାମ୍ମୁ ଓ କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବେ ପଦଭାର ସମ୍ଭାଳିଥିଲେ ।