ବ୍ଲାକ ପଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର, ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

0 254
greentech

ଭୁବନେଶ୍ୱର: ବ୍ଲାକ ପଙ୍ଗସକୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର । ମହାମାରୀ ଘୋଷଣା ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । ମହାମାରୀ ଘୋଷଣା କରିବାକୁ ପରାମର୍ଶ ଦେଇଥିଲା କେନ୍ଦ୍ର ସରକାର । ରାଜ୍ୟରେ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ରାଜ୍ୟ ସରକାର । ପୂର୍ବରୁ ତେଲେଙ୍ଗାନା ଓ ରାଜସ୍ଥାନ ସରକାର ଏହାକୁ ମହାମାରୀ ଘୋଷଣା କରିଛନ୍ତି ।

କରୋନା ସଂକ୍ରମିତଙ୍କ ଠାରେ ଏହି ରୋଗ ଦେଖିବାକୁ ମିଳୁଛି । ଏହି ରୋଗରେ ସଂକ୍ରମିତ ହେବା ପରେ ରୋଗୀଙ୍କର ଆଖି ନଷ୍ଟ ହୋଇଯାଉଛି । ଏହି ରୋଗରେ ପୀଡିତ ଜଣେ ବ୍ୟକ୍ତିଙ୍କର ଗତକାଲି ଦିଲ୍ଲୀ ମୂଲଚନ୍ଦ ହସ୍ପିଟାଲରେ ମୃତ୍ୟୁ ହୋଇଛି । ଏହାକୁ ନଜରରେ ରଖି ତେଲେଙ୍ଗାନା ସରକାର ଏକ ନିର୍ଦ୍ଦେଶାନାମା ଜାରି କରିଛନ୍ତି । ନିର୍ଦ୍ଦେଶ ମୁତାବକ ଏହି ରୋଗରେ ପୀଡିତ ହୋଇ ଆସୁଥିବା ଲୋକମାନଙ୍କର ସୂଚନା ତୁରନ୍ତ ସରକାରଙ୍କ ନିକଟରେ ପହଂଚାଇବାକୁ କୁହାଯାଇଛି ।

Leave A Reply

Your email address will not be published.

1 × 3 =

error: Content is protected !!
Open chat