ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

0 285
greentech

ଭୁବନେଶ୍ୱର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଭୁବନେଶ୍ୱର ଏମ୍ସ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି ।

ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । ଏମ୍ସ ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଏସସିବି ମେଡିକାଲ କଲେଜ କଟକ, ଏମକେସିଜି ମେଡିକାଲ କଲେଜ ବ୍ରହ୍ମପୁର ଏବଂ ଭିମସାର ବୁର୍ଲାରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତ୍ତମାନ ୩୩୮ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି।

Leave A Reply

Your email address will not be published.

fourteen + 12 =

error: Content is protected !!
Open chat