ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି

0 310
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୭/୦୭: ରାଜ୍ୟରେ ସୋମବାର କରୋନା ଆକ୍ରାନ୍ତରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆଜି କରୋନା ମୃତକଙ୍କ ମଧ୍ୟରୁ ୬ ଜଣ ପୁରୁଷ ଓ ୧ ଜଣ ମହିଳା ରହିଛନ୍ତି। ଗଞ୍ଜାମରେ କେବଳ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ବର, ସୁନ୍ଦରଗଡ଼, କଟକ ଓ ମାଲକାନଗିରି ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଗଞ୍ଜାମରେ କେବଳ ୮୨ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.

fifteen − eight =

error: Content is protected !!
Open chat