ସୁରୁଖୁରୁ ତଥା ନୀତିକାନ୍ତିରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଘୋଷ ଯାତ୍ରା ସମାପ୍ତ ହୋଇଥିବାରୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0 444
greentech

ଭୁବନେଶ୍ୱର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୫/୦୭ : କରୋନା ମହାମାରୀର କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ରଥଯାତ୍ରା, ବାହୁଡା ଯାତ୍ରା, ସୁନାବେଶ, ଅଧର ପଣା ଓ ନିଳାଦ୍ରୀ ବିଜେ ନୀତି ଶାନ୍ତିଶୃଙ୍ଖଳାର ସହିତ ଅନୁଷ୍ଠିତ ହୋଇଯାଇଛି । ଏ ସମସ୍ତ ନୀତିକାନ୍ତି ଭକ୍ତଶୂନ୍ୟ ହେଲେ ବି କୋଟି କୋଟି ଭକ୍ତ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ କରିଛନ୍ତି । ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋବର୍ଦ୍ଧନ ମଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ, ଗଜପତି ମହାରାଜ ଶ୍ରୀ ଦିବ୍ୟସିଂହ ଦେବ, ପୁରୀର ଜନସାଧାରଣ, ଛତିଶା ନିଯୋଗ, ସେବାୟତ ତଥା ମନ୍ଦିର ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି ।

Leave A Reply

Your email address will not be published.

fourteen − six =

error: Content is protected !!
Open chat