![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରିଛନ୍ତି ।
![](https://i0.wp.com/kalingajyoti.com/wp-content/uploads/2020/12/barmun.jpg?resize=596%2C341&ssl=1)
ଭୁବନେଶ୍ବର ବରମୁଣ୍ଡା ବସ୍ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍ଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍ ଚଳାଚଳ କରିଥାଏ ।ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍ଯୋଗେ ଯାଇଥାନ୍ତି। ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ ଦେବାପାଇଁ ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାମ ଆରମ୍ଭ ହୋଇଛି ।
![](https://kalingajyoti.com/wp-content/uploads/2020/12/bar-1-1024x654.jpg)
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥ ବସ୍ ଡିପୋ ଏବଂ ଅନ୍ୟଟି ବରମୂଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ । ଖଣ୍ଡଗିରି ବସ୍ ଡିପୋ କାର୍ଯ୍ୟ ସମ୍ପୁର୍ଣ୍ଣ ହୋଇଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ଯ୍ୟ ସହିତ ବସ୍ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ।
![](https://i0.wp.com/kalingajyoti.com/wp-content/uploads/2020/12/0011ebf5-9114-4ee4-a245-42f8dd85d4a8.jpg?resize=587%2C431&ssl=1)
ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି । ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ (Transformation) କାର୍ଯ୍ୟ ହାତକୁ ନିଆଯାଇଛି ।
ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) । ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।