ଆଗାମୀ ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀମାନଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର-ପ୍ରସାର କରାଇବେ ନିର୍ବାଚନ କମିଶନ

0 277
greentech

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଭାରତର ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ପ୍ରଚାରପ୍ରସାର କରାଇବେ ।

ପ୍ରଥମ ପର୍ଯ୍ୟାୟ ପ୍ରଚାରପ୍ରସାର ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନ ପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ କରାଇବେ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନ ପତ୍ର ପ୍ରାତ୍ୟାହାରର ପଂଚମରୁ ଅଷ୍ଟମ ଦିନ ମଧ୍ୟରେ ଏବଂ ସେହିପରି ତୃତୀୟ ପର୍ଯ୍ୟାୟ ପ୍ରଚାରପ୍ରସାର ନାମାଙ୍କନ ପତ୍ରପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ୍‌ ଭୋଟ ଗ୍ରହଣରଦୁଇଦିନ ପୂର୍ବରୁ କରାଇବେ । ଅପ୍ରତିଦ୍ୱନ୍ଦୀ ପ୍ରାର୍ଥୀମାନଙ୍କ କ୍ଷେତ୍ରରେ ମଧ୍ୟ ଅନୁରୂପ ଭାବେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ଜରିଆରେ ପ୍ରାର୍ଥୀଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାରପ୍ରସାର କରାଇବା ନିମନ୍ତେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଛି ।

Leave A Reply

Your email address will not be published.

two × 1 =

error: Content is protected !!
Open chat