ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୭/୦୭ : ରାଜ୍ୟରେ ଦିନ କୁ ଦିନ କରୋନା ସ୍ଥିତି ବିସ୍ଫୋରକ ହେବାରେ ଲାଗିଛି। ଆକ୍ରାନ୍ତ ସଂଖ୍ୟା ମଧ୍ୟ ସବୁଦିନ ଲମ୍ବଡିଆଁ ମାରୁଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ୨୪ଟି ଜିଲ୍ଲାରୁ ୭୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୭୯ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୨୩୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬,୧୧୦ ରେ ପହଞ୍ଚିଛି । ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬,୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୧୨୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୮୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୩୬୯୭୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୭୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୩୯ ରହିଛି।