ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୬/୦୭ : ଆଜି ରାଜ୍ୟରେ ୪୯୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୪୯୪ ଜଣଙ୍କ ମଧ୍ୟରୁ ୩୨୨ ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୭୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୨୩ଟି ଜିଲ୍ଲାରୁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୪୯୪ ଜଣ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୨୧ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୩୮ ଜଣ, ଗଞ୍ଜାମରୁ ୨୪୬ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୬୪ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୪ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୯ଜଣ, ପୁରୀରୁ ୨୧ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୩ ଜଣ ଓ ସୁନ୍ଦରଗଡ଼ରୁ ୧୦ ଜଣ ଥିବା ଜଣାପଡିଛି । ସେହିପରି ଆଜି ରାଜ୍ୟରେ ପୁଣି ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି, ଉଭୟ ଗଞ୍ଜାମ ଜିଲ୍ଲାରୁ ହୋଇଥିବା ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୭୯ କୁ ବୃଦ୍ଧି ପାଇଛି। ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୫,୩୯୨ ରେ ପହଞ୍ଚିଥିବା ବେଳେ ୧୦, ୪୭୬ ଜଣ ସୁସ୍ଥ ହୋଇଛନ୍ତି | ସେହିପରି ୪୮୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।