କଲକାତା/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଆଣବିକ ବୈଜ୍ଞାନିକ ପଦ୍ମଶ୍ରୀ ଡା. ଶେଖର ବସୁଙ୍କର ଗୁରୁବାର କରୋନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ବସୁ କରୋନାରେ ଆକ୍ରାନ୍ତ ହୋଇ କଲକାତାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।