ଆସନ୍ତାକାଲି ଠାରୁ ବିହାର, ଓଡ଼ିଶା, ଆନ୍ଧ୍ର‌ପ୍ରଦେଶ ଏବଂ ଗୋଆରେ ଅତି ପ୍ରବଳ ବର୍ଷା ସମ୍ଭାବନା: ଭାରତୀୟ ପାଣିପାଗ ବିଭାଗ

0 274
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି।

ଏହାଛଡ଼ା ଉତ୍ତର ପ୍ରଦେଶ, ରାଜସ୍ଥାନ, ପଶ୍ଚମ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ସିକ୍କିମ୍, ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ, ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଗୁଜରାଟ, ମହାରାଷ୍ଟ୍ର, ତେଲେଙ୍ଗାନା, କର୍ଣ୍ଣାଟକ ଏବଂ ତାମିଲନାଡୁ ଓ ପୁଦ୍ଦୁଚେରୀର କେତେକ ସ୍ଥାନରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।

ମଧ୍ୟପ୍ରଦେଶ, ବିଦର୍ଭ ଏବଂ ଛତିଗଡ଼ ଓ ପୂର୍ବ ଉତ୍ତର ପ୍ରଦେଶ, ପୂର୍ବ ରାଜସ୍ଥାନ, ବିହାର, ଝାଡ଼ଖଣ୍ଡ, ଗା‌‌ଙ୍ଗେୟ ପଶ୍ଚିମ ବଙ୍ଗ, ଆସାମ, ମେଘାଳୟ, ଗୁଜରାଟ, ଉକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ ଓ ତେଲେଙ୍ଗାନାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଓ ଗୁଜରାଟ-ମହାରାଷ୍ଟ୍ର-କର୍ଣ୍ଣାଟକ ଉପକୂଳରେ ବର୍ଷା ସହ ଘଣ୍ଟାପ୍ରତି ୪୫ ରୁ ୫୫ କିଲୋମିଟର ବେଗରେ ପବନ ବହିବା କଥା ପାଣିପାଗ ବିଭାଗ କହିଛି।

Leave A Reply

Your email address will not be published.

nineteen + fifteen =

error: Content is protected !!
Open chat