![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ଭୁବନେଶ୍ବର ୨୪/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା କାଲି ଅର୍ଥାତ ଶୁକ୍ରବାରଦିନ ପ୍ରକାଶ ପାଇବ ଏ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ଆସନ୍ତା କାଲି ଅପରାହ୍ନ ୪ଟାରେ ଏହା ପ୍ରକାଶ ପାଇବ । ଏହା ସହିତ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି ପ୍ରକାଶ ପାଇବ ବୋଲି । ରେଜଲ୍ଟ ସଂଧ୍ୟା ୬ଟା ପରେ ଓ୍ବେବସାଇଟ (bseodisha.ac.in ଓ bseodisha.nic.in ) ରେ ଉବଲବ୍ଧ ହେବ ।
ଇଣ୍ଟରନେଟ ସୁବିଧା ନଥିଲେ ଏସଏମଏସ କରି ବି ରେଜଲ୍ଟ ଜାଣିହେବ । ଏଥିପାଇଁ ମୋବାଇଲରେ OR01<ରୋଲ ନଂ> ଟାଇପ କରି ୫୬୭୬୭୫୦ କୁ ଏସଏମଏସ ପଠାଇଲେ ରେଜଲ୍ଟ ମିଳିପାରିବ ।