କାଲି ଠାରୁ ୨ ଦିନ ପ୍ରବଳ ବର୍ଷା ହେବ-ଭୁବନେଶ୍ୱର ପାଣିପାଗ କେନ୍ଦ୍ର

0 138
greentech

କଳିଙ୍ଗ ଜ୍ୟୋତି ଭୁବନେଶ୍ୱର,୨୭/୦୬: ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।। ଘଡ଼ଘଡ଼ି ବିଜୁଳି ସହ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ବାଲେଶ୍ବରରେ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ତାଜା ଅପଡେଟ ଦିଆଯାଇଛି ।

ସେହିପରି ୨୮ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଇଛି ।

Leave A Reply

Your email address will not be published.

three × 3 =

error: Content is protected !!
Open chat