କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

0 346
greentech

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନମୁନା ପରୀକ୍ଷଣ କରାଇଥିଲେ ଏବଂ ଆଜି କରୋନା ରିପୋର୍ଟ ପଜିଟିଭ୍ ଆସିଛି।  ଡାକ୍ତରଙ୍କ ପରାମର୍ଶ କ୍ରମେ ଗୁରୁଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସେ ନିଜ ପ୍ରକାଶ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି, #COVID19 ର ଲକ୍ଷଣ ଦେଖାଯିବା କାରଣରୁ ମୁଁ ପରୀକ୍ଷା କରିଥିଲି । ରିପୋର୍ଟ ପଜିଟିଭ୍ ଆସିଛି । ଡ଼ାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି ଏବଂ ସୁସ୍ଥ ଅଛି ।”

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ଗୁରୁଗାଁଓସ୍ଥିତ ମେଦାନ୍ତ ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ପୂର୍ବରୁ ତାଙ୍କର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ଏକାନ୍ତବାସରେ ଥିଲେ । ଗତକାଲି ତାଙ୍କର ନମୁନା ପରୀକ୍ଷଣ ପାଇଁ ନିଆଯାଇଥିଲା । ଆଜି ତାହା କରୋନା ପଜିଟିଭ ଥିବା ଜଣାପଡ଼ିଛି । ଏହି ଖବର ଜଣାପଡିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭଚିନ୍ତକ ଏବଂ ପ୍ରଶଂସକ ମହଲରେ ଉଦବେଗର ବାତାବରଣ ଖେଳିଯାଇଛି ।

Leave A Reply

Your email address will not be published.

fifteen + 14 =

error: Content is protected !!
Open chat