କୋଭିଡ଼ ପରିଚାଳନା ପାଇଁ ବିଏମସିକୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର

0 412
greentech

ଭୁବନେଶ୍ୱର ୦୮/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଆଉ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)କୁ ୭୭କୋଟି ଟଙ୍କା ଦିଆଯାଇଛି ।
ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଖ୍ୟା ମଧ୍ୟ ଏଠାରେ ସର୍ବାଧିକ। ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଆସିଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଞ୍ଜୁର କରାଯାଇଛି ।

Leave A Reply

Your email address will not be published.

1 × 1 =

error: Content is protected !!
Open chat