ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା : ଏଇ ମାସ ତୃତୀୟ ସପ୍ତାହ ବେଳକୁ +୨ ବିଜ୍ଞାନ ଓ ବାଣିଜ୍ୟ ଏବଂ ଅଗଷ୍ଟ ଶେଷ ସୁଦ୍ଧା କଳା ପରୀକ୍ଷା ଫଳ ପ୍ରକାଶ ପାଇବ ।

0 310
greentech

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଗଷ୍ଟ ତୃତୀୟ ସପ୍ତାହ ବେଳକୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ସିବିଏସଇ ଓ ଆଇସିଏସଇର ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇ ସାରିଥିବାରୁ ଓଡିଶା ସିଏଚସିଇ ଦ୍ୱାରା ପରିଚାଳିତ ପରୀକ୍ଷା ଫଳ କେବେ ପ୍ରକାଶ ପାଇବ ତାକୁ ନେଇ ଚିନ୍ତାରେ ଅଛନ୍ତି ଛାତ୍ରଛାତ୍ରୀ । କାରଣ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହେବାରୁ ସେମାନଙ୍କ ଭବିଷ୍ୟତ ପାଠପଢ଼ା ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ଆଶା କରାଯାଉଛି ଅଗଷ୍ଟ ମାସ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ତେବେ ଚଳିତ ମାସ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Leave A Reply

Your email address will not be published.

ten + fourteen =

error: Content is protected !!
Open chat