ଫେବ୍ରୁଆରି ମାସରେ ଥିବା କରୋନା ଗାଇଡଲାଇନ୍ ଅବଧିକୁ ମାର୍ଚ୍ଚ ୩୧ ଯାଏ ବୃଦ୍ଧି କଲେ କେନ୍ଦ୍ର ସରକାର

0 329
greentech

ନୂଆଦିଲ୍ଲୀ: ସାରା ଦେଶରେ ମାର୍ଚ୍ଚ ୩୧ ତାରିଖ ଯାଏ ବଢିଲା କରୋନା ଗାଇଡଲାଇନ୍ ଅବଧି । କରୋନା ସଂକ୍ରମଣ ଦୃଷ୍ଟିରୁ ଏପରି ନିଷ୍ପତ୍ତି ନେଇଛି କେନ୍ଦ୍ର ଗୃହ ବିଭାଗ । ଗାଇଡଲାଇନ୍ ଅନୁଯାୟୀ, ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ ବ୍ୟବସ୍ଥା ଓ ସାବଧାନତା । ତେବେ ଟିକାକରଣ ତ୍ୱରାନ୍ୱିତ କରିବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ପୂର୍ବଭଳି ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ନିୟମ ବଳବତ୍ତର ରହିବ । କୋଭିଡ୍ ଗାଇଡଲାଇନକୁ ପାଳନ କରି ସ୍କୁଲ କଲେଜ୍ ଚାଲିବ । କ୍ଲାସରୁମରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିବ । ସେହିପରି ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍ ଚାଲିପାରିବ। ବାହାଘର ଏବଂ ଅନ୍ତିମ ଯାତ୍ରାରେ ସମସ୍ତେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ବାଧ୍ୟତାମୂଳକ । ତେବେ ଫେବ୍ରୁଆରି ମାସରେ ଯେଉଁ ଗାଇଡଲାଇନ୍ ରହିଥିଲା, ତାକୁ ମାର୍ଚ୍ଚ ୩୧ ଯାଏ ବଳବତ୍ତର ରଖିଛନ୍ତି କେନ୍ଦ୍ର ସରକାର ।

Leave A Reply

Your email address will not be published.

14 − seven =

error: Content is protected !!
Open chat