ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିଗ୍ରସ୍ତଙ୍କୁ ୫୦ କିଲୋ ଚାଉଳ, ୫୦୦ ଟଙ୍କା ସହାୟତା ଦେବାକୁ ନିର୍ଦେଶ

0 588
greentech

ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ୫ କିଲୋ ଲେଖାଏଁ ଚାଉଳ ଓ ୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ନରେ ଆକାଶମାର୍ଗରୁ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ପରେ ଉଚ୍ଚସ୍ତରୀୟ ବୈଠକରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ  ବନ୍ୟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଅନେକ ଗାଁରେ ବନ୍ୟା ଜଳ ପଶି ଥିବା ବେଳେ ଅନେକ ଚାଷଜମି ଜଗମଗ୍ନ ଅବସ୍ଥାରେ ଅଛି । ଘର ଭାଙ୍ଗିବା ସହ ରାସ୍ତା ଭାଙ୍ଗିଛି ଏବଂ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅନେକ ଛୋଟ ବନ୍ଧ ଭାଙ୍ଗିଛି । ସରକାରୀ ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।

ଏହି ବିପତ୍ତି ସମୟରେ ଓଡ୍ରାଫ, NDRF, ଅଗ୍ନିଶମ, SRC ଓ ସ୍ଥାନୀୟ ନାଉରୀଆମାନେ ସର୍ବୋପରି ସ୍ଥାନୀୟ ଲୋକମାନେ ଯେପରି ସାହସ ଓ ପ୍ରତିବଦ୍ଧତାର ସହ ଲୋକଙ୍କୁ ସେବା ଯୋଗାଉଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା କରିଛନ୍ତି।  ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ, ସରକାରୀ କର୍ମଚାରୀ ଓ ପଞ୍ଚାୟତ ପ୍ରତିନିଧି ମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଚାଲିଛନ୍ତି । ଲୋକଙ୍କ କଷ୍ଟ ଲାଘବ ସହ କ୍ଷତି ହ୍ରାସ କରିବା ଏବଂ ରାସ୍ତା, ଯୋଗାଯୋଗ, ବିଦ୍ୟୁତ ସରବରାହ ପୁନଃ ପ୍ରତିଷ୍ଠା ଏବଂ ବନ୍ଧବାଡର ମରାମତି କ୍ଷେତ୍ରରେ ତ୍ବରିତ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ  ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଆମେ ବର୍ତ୍ତମାନ ଏକ କଠିନ ପରିସ୍ଥିତିରେ ଗତି କରୁଛୁ । ବନ୍ୟା ଓ କରୋନା ଦୁଇଟି ବିପଦକୁ ଆମେ ମୁକାବିଲା କରୁଛୁ । ଏହି ପରିପ୍ରେକ୍ଷୀରେ ସମସ୍ତେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ନିୟମ ପାଳନ କରି କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ବନ୍ୟାଦୁର୍ଗତ ମାନଙ୍କୁ ନିବେଦନ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଏହି କଠିନ ପରିସ୍ଥିତିରୁ ଆମେ ଶୀଘ୍ର ମୁକୁଳି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

ବନ୍ୟାଜନିତ ଲୋକଙ୍କ ଦୁର୍ଦ୍ଦଶା ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ  ପଟ୍ଟନାୟକ ବନ୍ୟାଯୋଗୁଁ ଆଶ୍ରୟସ୍ଥଳରେ ଥିବା ଲୋକମାନଙ୍କୁ  ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦେବାକୁ ନିର୍ଦେଶ ଦେଇଛନ୍ତି । ସେହିପରି ଗୁରୁତର ଭାବରେ କ୍ଷତିଗ୍ରସ୍ତ/ଜଳମଗ୍ନ ଗ୍ରାମର ପରିବାରବର୍ଗରୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ଯୋଗାଇ ଦିଆଯିବ ।  ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ଯୋଗାଇ ଦିଆଯିବ ।  SDRF ନିୟମ ଅନୁଯୋୟୀ ଘରଭଙ୍ଗା ସହାୟତା ଦିଆଯିବ । ୧୫ ଦିନ ଭିତରେ ଜିଲ୍ଲାପାଳ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଏବଂ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ପ୍ରଦାନ କରାଯିବ ।  SDRF ନିୟମ ଅନୁଯାୟୀ କ୍ଷତିଗ୍ରସ୍ତକୁ ଲୁଗାପଟା ଓ ବାସନକୁସନ , ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ସହାୟତା ଦିଆଯିବ।,  କ୍ଷତିଗ୍ରସ୍ତ ଅଞ୍ଚଳରେ ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ ସୁବିଧା ମିଳିବ । କ୍ଷତିଗ୍ରସ୍ତ ଅଞ୍ଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ ।

ସମୀକ୍ଷା ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର ଏବଂ ଜଳସଂପଦ ବିଭାଗର ପ୍ରମୁଖ ସଚିବ ବନ୍ୟା ପରିସ୍ଥିତି, ଉଦ୍ଧାର ଓ ସହାୟତା ଏବଂ ବନ୍ଧବାଡର ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ଉପସ୍ଥାପନା କରିଥିଲେ।  ସାଂପ୍ରତିକ ବନ୍ୟାରେ ରାଜ୍ୟର ୨୦ଟି ଜିଲ୍ଲାର ୧୧୦ ବ୍ଲକ୍‌, ୩୯୯୦ଟି ଗାଁ ଏବଂ ୨୧ଟି ପୌରାଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ବିଭିନ୍ନ ସ୍ଥାନରେ ୩୬ଟି ଛୋଟ ଓ ଗୋଟିଏ ବଡ ଘାଇ ହୋଇଛି । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନେ ଉପସ୍ଥିତ ଥିଲେ ।

ଏହାଛଡା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ବାବଦରେ ନିମ୍ନୋକ୍ତ ଘୋଷଣା କରିଛନ୍ତି-

୧ . ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ସେମାନେ ଥିବା ପର୍ଯ୍ୟନ୍ତ ସମସ୍ତଙ୍କୁ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।
୨. ଗୁରୁତର ଭାବରେ କ୍ଷତିଗ୍ରସ୍ତ ପରିବାରବର୍ଗରୁ ୫୦ କେଜି ଚାଉଳ ଓ ୫୦୦ ଟଙ୍କା ତୁରନ୍ତ ସହାୟତା ଯୋଗାଇ ଦିଆଯିବ ।
୩. ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ଯୋଗାଇ ଦିଆଯିବ ।
୪. ଏସଡିଆରଏଫ୍ ନିୟମ ଅନୁଯାୟୀ ଘରଭଙ୍ଗା ସହାୟତା ଦିଆଯିବ । ୧୫ ଦିନ ଭିତରେ ଜିଲ୍ଲାପାଳ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଏବଂ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ପ୍ରଦାନ କରାଯିବ ।
୫. ଏସଡିଆରଏଫ ନିୟମ ଅନୁଯାୟୀ କ୍ଷତିଗ୍ରସ୍ତକୁ ଲୁଗାପଟା ଓ ବାସନକୁସନ ଦିଆଯିବ।
୬. ଏସଡିଆରଏଫ ନିୟମ ଅନୁଯାୟୀ ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ସହାୟତା ଦିଆଯିବ।
୭. କ୍ଷତିଗ୍ରସ୍ତ ଅଞ୍ଚଳରେ ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକାକରଣ ସୁବିଧା ମିଳବ ।
୮. କ୍ଷତିଗ୍ରସ୍ତ ଅଞ୍ଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ ।
ବନ୍ୟାରେ ରାଜ୍ୟର ୨୦ଟି ଜିଲ୍ଲାର ୧୧୦ ବ୍ଲକ୍‌, ୩୯୯୦ଟି ଗାଁ ଏବଂ ୨୧ଟି ପୌରାଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ବିଭିନ୍ନ ସ୍ଥାନରେ ୩୬ଟି ଛୋଟ ଓ ଗୋଟିଏ ବଡ ଘାଇ ହୋଇଛି । ଏହା ଭିତରେ ହୀରାକୁଦରେ ଜଳପ୍ରବାହ କମିଥିବାରୁ ପରିସ୍ଥିତିରେ ଖୁବଶୀଘ୍ର ଉନ୍ନତି ଆସିବ ।

Leave A Reply

Your email address will not be published.

six + five =

error: Content is protected !!
Open chat