ବିଜେପି ରାଜ୍ୟ ପଦାଧିକାରୀ ବୈଠକ : ଆସନ୍ତା ସେପ୍ଟେମ୍ବର ୫ ରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

0 441
greentech

ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେପି ନଡ୍ଡା
– କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ସୈାଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୁଜାରୀ, ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ

– ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆଲୋଚନା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୮: ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଗତ କାଲି ବିଜେପି ରାଜ୍ୟ ପଦାଧିକାରୀମାନଙ୍କ ଭର୍ଚୁଆଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରବାସୀ ଶ୍ରମିକ ସମସ୍ୟା, ବିଭିନ୍ନ ଦୁର୍ନୀତି, ସାଂପ୍ରତିକ ବନ୍ୟା ପରିସ୍ଥିତି, କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ୍େ‌ଯାଜନାର କାର୍ଯ୍ୟକାରିତା ଆଦି ସଂପର୍କରେ ଏହି ବୈଠକରେ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଛି। ଆଗାମୀ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଏ ସମସ୍ତ ପ୍ରସଙ୍ଗରେ ବିସ୍ଟୃତ ଆଲୋଚନା କରାଯିବା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ। ଏହି ବୈଠକରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ରବି ନାଏକ, ଡ-ଲେଖାଶ୍ରୀ ସାମନ୍ତ ସିଂହାର ପ୍ରମୁଖଙ୍କ ସମେତ ସମସ୍ତ ରାଜ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଆସନ୍ତା ସେପ୍ଟେମ୍ବର ୫ ତାରିଖ ଦିନ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାର ନିଷ୍ପତି ଗ୍ରହଣ କରାଯାଇଛି। କୋଭିଡ-୧୯ କଟକଣା ଓ ନିୟମକୁ ପାଳନ କରାଯାଇ ଭର୍ଚୁଆଲ ମିଟିଂ ମାଧ୍ୟମରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ।

ଏହି କାର୍ଯ୍ୟକାରିଣୀ ବୈଠକରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ-ପି-ନଡ୍ଡା ଯୋଗ ଦେବେ। ଦୁଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଶ୍ରୀ ପ୍ରତାପ ଷଡଙ୍ଗୀ, ରାଷ୍ଟ୍ରୀୟ ଯୁଗ୍ମ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ସୈାଦାନ ସିଂ, ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ରାଜ୍ୟ ପ୍ରଭାରୀ ଶ୍ରୀ ଅରୁଣ ସିଂ, ରାଷ୍ଟ୍ରୀୟ ସଂପାଦକ ଓ ସାଂସଦ ସୁରେଶ ପୁଜାରୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଯୋଗ ଦେବେ। ଏହି ବୈଠକ ପୂର୍ବାହ୍ନ ୧୦ଟାରେ ଆରମ୍ଭ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲୁ ରହିବ।

Leave A Reply

Your email address will not be published.

10 − 1 =

error: Content is protected !!
Open chat