ଭଦ୍ରକ ସାଂସଦ ଦମ୍ପତ୍ତି କରୋନା ଆକ୍ରାନ୍ତ: ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ତାଙ୍କ ସ୍ୱାମୀ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ କୋଭିଡ ପଜିଟିଭ
ଭଦ୍ରକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୮: ଭଦ୍ରକ ସାଂସଦ ଦମ୍ଫତ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି । ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ତାଙ୍କ ସ୍ୱାମୀ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ କୋଭିଡ ପଜିଟିଭ ନେଇ ନିଜେ ସୂଚନା ଦେଇଛନ୍ତି। ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ଆକ୍ରାନ୍ତ ହୋଇଥିବା ନେଇ ଆଜି ନିଜେ ମଞ୍ଜୁଲତା ଟ୍ୱିଟ କରି ଜଣାଇଛନ୍ତି। ପ୍ରାରମ୍ଭିକ ଲକ୍ଷଣ ପ୍ରକାଶ ପାଇବା ପରେ ସେ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ସ୍ୱାସ୍ଥ୍ୟ ଭଲ ଅଛି ଏବଂ ସେ ହୋମ କ୍ବାରେଣ୍ଟାଇନରେ ରହିଛନ୍ତି ବୋଲି ଟ୍ୱିଟରେ କହିଛନ୍ତି।
ସେହିପରି, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳଙ୍କ ସ୍ୱାମୀ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ମଧ୍ୟ କରୋନାରେ ସଂକ୍ରମିତ ହୋଇଛନ୍ତି। ଟ୍ୱିଟ୍ କରି ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ନିଜେ ସୂଚନା ଦେଇଛନ୍ତି। ତେବେ ମୁକ୍ତିକାନ୍ତ ସୁସ୍ଥ ଥିବା ନେଇ ସୂଚନା ଦେଇଛନ୍ତି। ସେ ଏବେ ଗୃହ ସଙ୍ଗରୋଧରେ ରହିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଙ୍ଗରୋଧରେ ରହିବା ସହ କୋଭିଡ ପରୀକ୍ଷା କରେଇ ନେବା ପାଇଁ ଅନୁରୋଧ କରିଛନ୍ତି।