ଭାରତର ରଣନୀତି ଆଗରେ ହାର ମାନିଲା ଚୀନ : ଶାନ୍ତି ପ୍ରତିଷ୍ଠା ପାଇଁ ସୈନ୍ୟ ପ୍ରତ୍ୟାହାର କରିବାକୁ ରାଜି ହେଲା

0 393
greentech

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଦୀର୍ଘ ୧୩ ଘଣ୍ଟାର ପ୍ରତିରକ୍ଷା କମାଣ୍ଡର ସ୍ତରୀୟ ଆଲୋଚନା ପରେ ବାହାରିଲା ନିଷ୍ପତି । ସୀମାରେ ଶାନ୍ତି ବଜାୟ ରଖିବାକୁ ଭାରତ ଓ ଚୀନ୍ ଆଉ ସୀମାନ୍ତ ଅଞ୍ଚଳରେ ସେନା ସଂଖ୍ୟା ବଢ଼ାଇବେ ନାହିଁ । ଏହା ଦ୍ୱାରା ଏଲଏସିରେ ଲାଗି ରହିଥିବା ଉତ୍ତେଜନା କମ୍ ହୋଇପାରିବ ବୋଲି ଦୁଇ ଦେଶ ସହମତ ହୋଇଛନ୍ତି । ଦୁଇ ଦେଶର ପ୍ରତିରକ୍ଷା କମାଣ୍ଡର ସ୍ତରୀୟ ଆଲୋଚନାରେ ଗତ ଜୁନ୍ ମାସରୁ ଏଲଏସିରେ ସୃଷ୍ଟି ହୋଇଥିବା ଉତ୍ତେଜନାମୂଳକ ସ୍ଥିତି କିପରି କମ ହୋଇପାରିବ ତାହା ଉପରେ ଗୁରୁତ୍ବ ଦିଆଯାଇଥିଲା । କଥାବାର୍ତ୍ତା ମାଧ୍ୟମରେ ଏହାର ସମାଧାନ କରିବା ପାର୍ଇ ସୋମବାର ଏନେଇ ଆରମ୍ଭ ହୋଇଥିବା ବୈଠକ ।

ସୋମବାର ଷଷ୍ଠ ପର୍ଯ୍ୟାୟ ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା । ଦୁଇ ଦେଶ ଆଗୁଆ ମୋର୍ଚା ଗୁଡିକୁ ଆଉ ଅଧିକ ସୈନ୍ୟ ବଳ ପଠାଇବେ ନାହିଁ ବୋଲି ଏହି ବୈଠକରେ ଭାରତ ସହିତ ସହମତ ହୋଇଛି ଚୀନ୍ । ବର୍ତ୍ତମାନ ଲଦାଖର ଏଲଏସିରେ ଫିଙ୍ଗର ୪ର ଗୁରୁତ୍ୱପୂର୍ଣ୍ଣ ଘାଟି ଗୁଡିକରେ ଭାରତୀୟ ସେନା କବଜା କରି ସାରିଛି । ଉଚ୍ଚ ଘାଟି ଗୁଡିକରେ ଭାରତୀୟ ସେନା ପହଞ୍ଚିବା ପରେ ପ୍ରକୃତରେ ଏଲଏସିରେ ଚୀନ ପାଇଁ ସ୍ଥିତି ଅଡୁଆ ହୋଇଛି । ଏହାରି ମଧ୍ୟରେ ବାରମ୍ୱାର ଏଲଏସିରେ ଚୀନ୍ ସେନାର ଅନୁପ୍ରବେଶ ଉଦ୍ୟମକୁ ଭାରତୀୟ ସେନା ବିଫଳ କରିଆସୁଛି ।

ଏହାରିି ଭିତରେ ଆଗକୁ ଶୀତ ଆସୁଥିବା ବେଳେ ଯୁଦ୍ଧ ସ୍ଥିତିର ମୁକାବିଲା ପାଇଁ ଭାରତ ଅସ୍ତ୍ରଶସ୍ତ୍ର ଓ ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟ ମହଜୁଦ୍ କରି ସାରିଛି । ଏଲଏସିରେ ଚୀନ୍ ର ଚାଲ୍ କାମ ଦେଉନଥିବାରୁ ଏବେ ଚୀନ୍ , ପ୍ରତିରକ୍ଷା କମାଣ୍ଡର ସ୍ତରୀୟ ଆଲୋଚନାରେ ସୀମାରେ ଆଉ ସୈନ୍ୟ ବଳ ନଢାଇବାକୁ ରାଜି ହୋଇଛି । ତେବେ ଚୀନ୍ ଏହି ନିଷ୍ପତିକୁ କେତେ ଦୂର ପାଳନ କରୁଛି ତାହା ଉପରେ ରହିଛି ନଜର । ଖୁବଶୀଘ୍ର ଦୁଇ ଦେଶର ପ୍ରତିରକ୍ଷା କମାଣ୍ଡର ସ୍ତରୀୟ ଆଲୋଚନା ହେବା ନେଇ ସୀମା ଶାନ୍ତି ଆଲୋଚନା ଆଗକୁ ବଢାଇବାକୁ ମଧ୍ୟ ବୈଠକରେ ସହମତି ହୋଇଥିବା ନେଇ ଚୀନ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.

15 − thirteen =

error: Content is protected !!
Open chat