ଭୁବନେଶ୍ବର ଓ କଟକରେ ସବୁ ଶନିବାର ସରକାରୀ ଅଫିସ୍‌ ଛୁଟି, ୫୦% କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ୍

0 468
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯:ସେପ୍ଟେମ୍ବର ମାସରେ ପ୍ରତ୍ୟେକ ଶନିବାର ସରକାରୀ ଅଫିସ୍‌ ଛୁଟି ରହିବ। ବାକି ଦିନରେ ଭୁବନେଶ୍ବର ଓ କଟକରେ ସମସ୍ତ ଅଫିସ୍‌ ଖୋଲା ରହିବ। ହେଲେ ୫୦% କର୍ମଚାରୀଙ୍କୁ ନେଇ କାମ ହେବ। ଗ୍ରୁପ୍‌ ଏ ଅଧିକାରୀମାନେ ଅଫିସ୍‌ ଆସିବା ସହ କେଉଁ ୫୦% କର୍ମଚାରୀ କେବେ ଆସିବେ ତାହା ଜଣାଇବେ। ଏହାବାଦ୍‌ ଏସ୍‌ଆରସି ଅଫିସ, ଓସ୍‌ଡମା, ପୁଲିସ, ଅଗ୍ନିଶମ ବିଭାଗ, ସ୍ବାସ୍ଥ୍ୟ ବିଭାଗ, ପୌରସଂସ୍ଥା ଆଦି ସମସ୍ତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ।

ସାଧାରଣ ପ୍ରଶାସନ ବିଭାଗ ପ୍ରମୁଖ ଶାସନ ସଚିବ ଜାରି କରିଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଆସନ୍ତା ମାସକ ପାଇଁ ସମସ୍ତ ସରକାରୀ କର୍ମଚାରୀ ରୋଷ୍ଟର୍‌ ଆଧାରରେ ଅଫିସ ଆସିବେ। ଗ୍ରୁପ୍‌-ଏ ଅଧିକାରୀଙ୍କୁ ମିଶାଇ ସର୍ବମୋଟ୍‌ ୫୦% କର୍ମଚାରୀ ଅଫିସରେ ଉପସ୍ଥିତ ରହିବେ। କିନ୍ତୁ ଏସ୍‌ଆର୍‌ସି, ଓସ୍‌ଡମା, ପୁଲିସ୍‌ ଥାନା, ଅଗ୍ନିଶମ ସେବା, ସ୍ବାସ୍ଥ୍ୟ ସେବା, ମହାନଗନର ନିଗମ ଅଫିସଗୁଡ଼ିକରେ ଶତ ପ୍ରତିଶତ କର୍ମଚାରୀ ଅଫିସ୍‌ ଆସିବେ।

ଯେଉଁ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଭିପିଏନ୍‌ ବ୍ୟବସ୍ଥା ଯୋଗାଇ ଦିଆଯାଇଛି, ସେସବୁ କର୍ମଚାରୀମାନେ ଘରୁ କାମ କରିପାରିବେ। ଅତ୍ୟାବଶ୍ୟକ ପଡ଼ିଲେ ସରକାରୀ କାର୍ଯ୍ୟ ପାଇଁ ସମ୍ପୃକ୍ତ କର୍ମଚାରୀଙ୍କୁ ଅଫିସ ଆସିବାକୁ ପଡ଼ିବ। ସେଥିପାଇଁ ସମସ୍ତ କର୍ମଚାରୀ ଟେଲିଫୋନ୍‌ ଓ ମୋବାଇଲ ଫୋନ୍‌ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଫିସ୍‌ ଆସୁଥିବା କର୍ମଚାରୀମାନେ କୋଭିଡ୍‌ ସଂକ୍ରମଣ ପ୍ରତିହତ ପାଇଁ ଥିବା ସମସ୍ତ ପ୍ରକାର ସତର୍କତା ନିୟମ ଅନୁପାଳନ କରିବାକୁ ପ୍ରମୁଖ ଶାସନ ସଚିବ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.

2 − two =

error: Content is protected !!
Open chat