ଭୁବନେଶ୍ୱର: ୭୪ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ୟୁନିଟ:୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କଲେ

0 305
greentech

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୮ : ମହାମାରୀ କରୋନା କାଳରେ ଆଜି ସମଗ୍ର ଦେଶରେ ୭୪ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇଛି । ୭୪ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟର ରାଜଧାନୀ ଭୁବନେଶ୍ବରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ଯୋଗଦେଇ ଜାତୀୟ ପତକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । 

ଏହି ଅବସରରେ ସେ ଓଡ଼ିଶା ରାଜ୍ୟ ପୁଲିସ୍ ସଶସ୍ତ୍ର ବାହିନୀ, ଓଡ୍ରାଫ୍, ଏସ୍ ଏସ୍ ବାଟାଲିୟନଙ୍କ ଠାରୁ ଅଭିବାଦନ ଗ୍ରହଣ କରିଛନ୍ତି। ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ଏହି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସହ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇବା ସହ ସହ ମହାତ୍ମା ଗାନ୍ଧୀ, ପଣ୍ଡିତ ଜବାହାରଲାଲ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ଡଃ ଆମ୍ବେଦକର, ମଧୁସୁଦନ ଦାସ, ବୀର ସୁରେନ୍ଦ୍ର ସାଏ, ଗୋପବନ୍ଧୁ ଦାସ, ମାଳତୀ ଚୌଧୁରୀ, ନବକିଶୋର ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ପାର୍ବତୀ ଦେବୀ, ରମା ଦେବୀ, ଡଃ ହରେକୃଷ୍ଣ ମହତାବ ଓ  ବିଜୁ ପଟ୍ଟନାୟକଙ୍କ ପରି ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହା ସହ ବୀର ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ସମୟରେ ସେ ଓଡ଼ିଶାର ବୀରପୁତ୍ରଙ୍କୁ ମନେପକାଇବା ସହ ସମ୍ମାନ ଜଣାଇଛନ୍ତି।

ଏଥିସହ ବୀର ଯବାନ ଓ ଶହୀଦ କରୋନା ଯୋଦ୍ଧାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଦେଶ ଓ ରାଜ୍ୟରେ ଜାରି ରହିଥିବା କରୋନା ସଙ୍କଟର ମୁକାବିଲା ପାଇଁ ସାହାସର ସହ କାମ କରିବାକୁ ସେ ଆହ୍ବାନ ଦେଇଛନ୍ତି। ସେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି, “ସ୍ୱାଧୀନତା ସଂଗ୍ରାମରେ ଓଡିଶାର ବିଶେଷ ଭୂମିକା ରହିଛି । ଏହାସହିତ ଓଡିଶାର ବରପୁତ୍ର ମାନଙ୍କୁ ସମ୍ମାନ ଜଣାଇବା ସହ ବୀର ଯବାନ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।” ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି ଯେ କରୋନା ଯୋଦ୍ଧାଙ୍କ କାର୍ଯ୍ୟ ଅତୁଳନୀୟ । କୋଭିଡ୍‌ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ପାଖରେ ଓଡ଼ିଆ ଜାତି ଋଣୀ । କରୋନା ମୁକାବିଲା ପାଇଁ ସରକାର ବିଭିନ୍ନ ହସ୍ପିଟାଲର ବ୍ୟବସ୍ଥା କରିଛନ୍ତି। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ଏବଂ ଟଙ୍କା ପାଇଁ ଓଡ଼ିଶାରେ କେହି ରୋଗୀ ସେବାରୁ ବଞ୍ଚିତ ହେବେ ନାହିଁ ବୋଲି ସେ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତଙ୍କୁ ସବୁ ସୁବିଧା ମାଗଣାରେ ଯୋଗାଇ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କରୋନା ମୁବାବିଲା ଲାଗି ବିଭିନ୍ନ ଜିଲାରେ କୋଭିଡ ହସ୍ପିଟାଲ ରହିଛି। ଏଥିସହ ରାଜ୍ୟରେ ପ୍ଲାଜମା ଥେରାପି ଚିକିତ୍ସା ପାଇଁ ପ୍ଲାଜମା ବ୍ୟାଙ୍କ ମଧ୍ୟ ଖୋଲାଯାଇଛି ବୋଲି ନବୀନ କହିଛନ୍ତି। ତେବେ ଅର୍ଥ ଅଭାବରୁ କେହି କରୋନା ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିଜ ସମ୍ବୋଧନରେ କହିଛନ୍ତି। କରୋନା ଯୋଦ୍ଧାଙ୍କ ସେବା ଅତୁଳନୀୟ, ସେମାନଙ୍କ ପାଇଁ ଦେଶରେ ମୃତ୍ୟୁହାର କମ୍‌ ରହିଛି। କେବଳ ଦେଶରେ ନହେଁ ସାରା ବିଶ୍ୱ ପାଇଁ ସଙ୍କଟ ଆଣିଛି କରୋନା। ଏଥିପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ଅର୍ଥନୀତି, ପରିବହନ ଓ ପର୍ଯ୍ୟଟନ ପ୍ରଭାବିତ ହୋଇଛି। କରୋନା ପାଇଁ ବିଶ୍ୱର କୋଟି କୋଟି ଲୋକ ନିଜର ଜୀବିକା ହରାଇଛନ୍ତି। ଭାକ୍ସିନ ଆସିଲେ ଯାଇ କରୋନା ନିୟନ୍ତ୍ରଣ ହୋଇପାରିବ। ଖୁବ୍‌ଶୀଘ୍ର ଦେଶରୁ କରୋନା ମୁକ୍ତ ହେବ ବୋଲି ବିଶ୍ୱାସ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଲକ୍‌ଡାଉନ୍‌ ବେଳେ ଅର୍ଥନୈତିକ ଗତିବିଧି ଜାରି ରଖିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । ଓଡ଼ିଶାକୁ ୧୨ ହଜାର କୋଟିର ଟଙ୍କାର ନିବେଶ ପ୍ରସ୍ତାବ ଆସିଛି । ଦେଶରେ ହୋଇଥିବା ନିବେଶରୁ ୧୮ ପ୍ରତିଶତ ଓଡ଼ିଶାକୁ ଆସିଛି। ଏ କ୍ଷେତ୍ରରେ ମହାରାଷ୍ଟ୍ରକୁ ପଛରେ ପକାଇ ଓଡ଼ିଶା ଏକ ନମ୍ବର ହୋଇଛି । ଦେଶରେ କୃଷି କ୍ଷେତ୍ରରେ ବିକାଶ ହାର ୨.୮୦% ରହିଥିବା ବେଳେ ରାଜ୍ୟରେ କୃଷି କ୍ଷେତ୍ରରେ ବିକାଶ ହାର ୭.୬୧% ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ଆହୁରି ମଧ୍ୟ କହିଛନ୍ତି ଓଡିଆ ଜାତି ଅନେକ ବିପଦର ସାମ୍ନା କରିଛି । ସାହାସର ସହ ମୁକାବିଲା କରି ନୂଆ ଇତିହାସ ଲେଖିଛି । ମୋର ପୂରା ବିଶ୍ୱାସ କରୋନା ଶୀଘ୍ର ଦୂର ହେବ । ସ୍କୁଲମାନଙ୍କରେ ପୁଣି ଥରେ ଘଣ୍ଟା ବାଜି ଉଠିବ ଏବଂ ମାନବ ଜାତିର ଜୟଜାତ୍ରା ଆହୁରି ଆଗକୁ ବଢିବ ।

Leave A Reply

Your email address will not be published.

7 − three =

error: Content is protected !!
Open chat