ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା

0 670
greentech

ଭୁବନେଶ୍ବର ୧୩/୧୦/୨୦୨୧ କଳିଙ୍ଗ ଜ୍ୟୋତି : କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି। ଏ ସମ୍ପର୍କରେ ଟ୍ବିଟ୍‌ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ଶ୍ରୀ ପ୍ରଧାନ ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ଅଧିନିୟମ 1956, ଧାରା ୨(ଏଫ୍‌) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି। ୟୁଜିସି ଅଧିନିୟମ1956, ଧାରା ୧୨(ବି) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ।

ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ । ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି। ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ଶ୍ରୀ ପ୍ରଧାନ ଟ୍ବିଟ୍‌ କରିଛନ୍ତି ।

Leave A Reply

Your email address will not be published.

three × 5 =

error: Content is protected !!
Open chat