![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ଭୁବନେଶ୍ୱର: ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ ମାନଙ୍କୁ ଏହି ପୁରସ୍କାର ଓଡିଶା ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଦିଆଯିବ। ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।
ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ। ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇରାଜୀ ଭାଷା ରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦ ଏକ ଲଷ ଟଙ୍କା ପ୍ରଦାନ କରାଯିବ ।