ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି ପାଇବେ
![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭ : କରୋନା ସଂକ୍ରମଣ ଏବଂ ତଦ୍ଜନିତ ଲକ୍ଡାଉନ ଓ ସଟ୍ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
![](https://i0.wp.com/kalingajyoti.com/wp-content/uploads/2020/07/food-security-bill-2013-1-638.jpg?resize=417%2C313&ssl=1)
ଏହାଦ୍ବାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ।
![](https://kalingajyoti.com/wp-content/uploads/2020/07/tyuyuy.jpg)
ଏହାଦ୍ବାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ।