ରାଜ୍ୟରେ ଆଜି ଆଉ ୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଆକ୍ରାନ୍ତଙ୍କ ମୃତ୍ୟୁ : ମୋଟ ପଜିଟିଭଙ୍କ ସଂଖ୍ୟା ୧୭ ହଜାର ଡେଇଁଲା !!

0 403
greentech

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୧୮/୦୭ : ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ସେହିପରି ରାଜ୍ୟରୁ ଆଜି ଆଉ ୭୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ରାଜ୍ୟର ୨୫ଟି ଜିଲାରୁ ଚିହ୍ନଟ ୭୩୬ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ କୁ ବୃଦ୍ଧି ହୋଇଛି । ଆଜି ଚିହ୍ନଟ ୭୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୨୫୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରବିବାର ଚିହ୍ନଟ ହୋଇଥିବା ୭୩୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୪୭ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧୦୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୨୨ , ବାଲେଶ୍ୱରରୁ ୩୩, ବରଗଡରୁ ୩, ଭଦ୍ରକରୁ ୫, ବଲାଙ୍ଗୀର ଜିଲାରୁ ୪, ବୌଦ୍ଧରୁ ୮, କଟକରୁ ୨୭, ଢେଙ୍କାନାଳରୁ ଜଣେ, ଗଜପତିରୁ ୩୯, ଜଗତସିଂହପୁରରୁ ୪୦, ଯାଜପୁରରୁ ୪୦, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୭, କେନ୍ଦୁଝରରୁ ଜଣେ, କୋରାପୁଟରୁ ୪୫, ମାଲକାନଗିରିରୁ ୧୮, ମୟୁରଭଞ୍ଜରୁ ୧୨, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୧୦, ପୁରୀରୁ ୧୪, ରାୟଗଡାରୁ ୮, ସମ୍ବଲପୁରରୁ ୨୫, ସୁନ୍ଦରଗଡ଼ ଜିଲାରୁ ୧୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୩ ଲକ୍ଷ ୮୬ ହଜାର ୧୦୨ ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିମଧ୍ୟରୁ ୧୭ ହଜାର ୪୩୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୧୧ ହଜାର ୯୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୮୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୨୬ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୫ ହଜାର ୨୮୧ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ସେହିପରି ଆଜି ରାଜ୍ୟରେ ୫ ଜଣଙ୍କର ଜୀବନ ନେଇଛି କରୋନା। ସେଥିମଧ୍ୟରୁ ଗଞ୍ଜାମରୁ ୩, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ବେଳେ ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୫୪ରେ ପହଞ୍ଚଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। ସାରା ବିଶ୍ୱରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ୁଥିବା ବେଳେ ଦେଶରେ ଆଜି ୫୪୩ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

10 + thirteen =

error: Content is protected !!
Open chat