ରାଜ୍ୟରେ ଆଜି ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ,୧୯୭ ସ୍ଥାନୀୟ ସଂକ୍ରମିତ – ମୋଟ ଆକ୍ରାନ୍ତ ସଂଖ୍ୟା୧୬,୭୦୧ରେ ପହଞ୍ଚିଲା

0 470
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୮/୦୭ : ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୫୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୯୪ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ୫୯୧ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୮୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରିୁ ୨୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୨୫୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୩୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୭୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.

7 + 9 =

error: Content is protected !!
Open chat