ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର ! ଆଜି ଆଉ ୬୧୮ ଜଣ ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୬୧୨ ଜଣ, ୩ ମୃତ : ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ
![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୫/୦୭ : ଆଜି ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
![](https://i0.wp.com/kalingajyoti.com/wp-content/uploads/2020/07/tweet-2-1024x711.jpg?resize=1024%2C711)
ଚିହ୍ନଟ ନୂଆ ୬୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୦୭ ରହିଛି। ସେହିପରି ଆଜି ରାଜ୍ୟରେ ଆଉ ୬୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୯୮ ରେ ପହଞ୍ଚିଛି। ସେଥିମଧ୍ୟରୁ ୧୦,୪୭୬ ଜଣ ସୁସ୍ଥ ହୋଇଛନ୍ତି।
![](https://kalingajyoti.com/wp-content/uploads/2020/07/rcvr-1024x643.jpg)
ଆଜି ପୁଣି ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ୨ଜଣ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ୨ ଜଣ ଆକ୍ରାନ୍ତଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି। ଅନ୍ୟ କାରଣରୁ ମୃତକଙ୍କ ସଂଖ୍ୟା ୨୪ ହେଲାଣି। ତେବେ ଗଞ୍ଜାମ ଜିଲ୍ଲାରୁ ଜଣେ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ଅନ୍ୟ କାରଣରୁ।
![](https://i0.wp.com/kalingajyoti.com/wp-content/uploads/2020/07/dth-1024x813.jpg?resize=1024%2C813)