![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
![](https://i0.wp.com/kalingajyoti.com/wp-content/uploads/2020/06/tykjyuktyrkruj.jpg?resize=483%2C242)
କଳିଙ୍ଗ ଜ୍ୟୋତି ଭୁବନେଶ୍ୱର ୩୦/୦୬:ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୦୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
![](https://kalingajyoti.com/wp-content/uploads/2020/06/tyjeyekrtykruk.jpg)
ଏମାନଙ୍କ ଭିତରୁ ୧୪ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଆଜି ୨୨ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ରାଜ୍ୟରେ ମୋଟ୍ ୪୯୪୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୭ ରହିଛି। ଅପରପକ୍ଷରେ ୨୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।