ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି) ୩୦/୦୬ : ଅନଲକ୍-୨ ପ୍ରକ୍ରିୟାରେ ଜୁଲାଇ ମାସ ପାଇଁ ରାଜ୍ୟ ସରକାର ନୂଆ ଗାଇଡ୍ଲାଇନ୍ ଜାରି କରିଛନ୍ତି। ଏଣିକି ଜୁଲାଇ ମାସରେ ୧୦ଟି ଜିଲ୍ଲା ପ୍ରତି ଶନି ଓ ରବିବାର ସଟ୍ଡାଉନ୍ ରହିବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଏବଂ ଝାରସୁଗୁଡ଼ା। ଏହି ଜିଲ୍ଲାରେ ୫୦ ଜଣ ସକ୍ରିୟ ଆକ୍ରାନ୍ତ ଥିବାରୁ ଏହି କଟକଣା ଜାରି କରାଯାଇଛି। ଏବେ ଦେଶରେ ଆରମ୍ଭ ହୋଇସାରିଛି ଅନଲକ ୨.୦ । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ମଧ୍ୟ ନୂଆ ଗାଇଡ ଲାଇନ ଜାରି କରିଛନ୍ତି । ମାସ୍କ , ସାମାଜିକ ଦୂରତ୍ୱ ପାଇଁ ଗାଁରେ ସଚେତନତା ସୃଷ୍ଟି କରାଯିବ । ଲକ୍ଷଣଯୁକ୍ତ ଲୋକ ସେଠାକୁ ଆସିବେ, ଆଇସୋଲେସନରେ ରହିବେ । କୋଭିଡ କେୟାର ହୋମ ଦାୟିତ୍ୱରେ ବି ସରପଂଚମାନେ ରହିବେ । ସେ ଆହୁରି ମଧ୍ୟ କହିଛନ୍ତି , ରାଜ୍ୟରେ ମୋଟ ୧୬୮୨୪ କ୍ୱାରେଣ୍ଟିନ ସେଣ୍ଟର ଥିଲା, ହ୍ରାସ ହେବ । ଏଯାବତ ୭ ଲକ୍ଷ ୪୬ ହଜାର ୦୯୮ ଜଣ କ୍ୱାରେଣ୍ଟିନ ଡିସଚାର୍ଜ ହେଲେଣି । ଏବେ ମୋଟ ୧ ଲକ୍ଷ ୫ ହଜାର ଲୋକ କ୍ୱାରେଣ୍ଟିନ ସେଣ୍ଟରରେ ଅଛନ୍ତି । ସାଢେ ତିନି ମାସ ହେଲାଣି ଅଦୃଶ୍ୟ ଶତ୍ରୁ ସହ ଲଢେଇ ଚାଲିଛି । ଅନ୍ୟ ରାଜ୍ୟ ତୁଳନାରେ ଓଡିଶାର ସ୍ଥିତି ଭଲ ରହିଛି ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସ୍ୱାସ୍ଥ୍ୟ ସହ ଅର୍ଥନୀତିକୁ ପରିଚାଳନା କରିବା ଆମ ପାଇଁ ଜରୁରୀ ।
-ପ୍ରତି ପଂଚାୟତରେ କୋଭିଡ କେୟାର ହୋମ୍ କରାଯିବ -ପ୍ରତି ଗାଁରେ କୋଭିଡ ମ୍ୟାନେଜମେଣ୍ଟ କମିଟି ଗଠନ କରାଯିବ -ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ନମାନିଲେ ଶୂନ୍ୟ ସହନଶୀଳ ନୀତି ଗ୍ରହଣ ହେବ
-ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକଙ୍କୁ ମନା
-ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ବନ୍ଦ ରହିବ
-ସ୍କୁଲ, କଲେଜ, କୋଟିଂ ସେଣ୍ଟର ୩୧ ଅଗଷ୍ଟ ଯାଏଁ ବନ୍ଦ
-ରେଷ୍ଟୁରାଣ୍ଟ ଖୋଲା ରହିବ, ଖାଦ୍ୟ କେବଳ ପାର୍ସଲ ନେଇହେବ
-ରାତି ୯ରୁ ସକାଳ ୫ଟା ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ।
-ସବୁ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ
-ଶିଳ୍ପ କାରଖାନାରେ କାର୍ଯ୍ୟରତ କର୍ମଚାରୀ କଟକଣା ମୁକ୍ତ
-ପେଟ୍ରୋଲ ପମ୍ପ, ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀ କଟକଣା ମୁକ୍ତ
-୫୦ରୁ ଅଧିକ ଆକ୍ଟିଭ କେସ ଥିବା ୧୦ଟି ଜିଲ୍ଲାକୁ ଜୋନ-୧ ଘୋଷଣା
-୧୦ ଜିଲ୍ଲା-ଗଂଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୁରଭଂଜ, କେନ୍ଦୁଝର, ଝାରସୁଗୁଡା
-ଜୋନ-୧ରେ ଆସୁଥିବା ୧୦ ଜିଲ୍ଲାରେ ସପ୍ତାହାନ୍ତ ସଟ ଡାଉନ ଜାରି ରହିବ
-ସ୍ଥାନୀୟ ପ୍ରଶାସନ ଚାହିଁଲେ ଗାଡି ଚଳାଚଳ ଓ ଦୋକାନ ବଜାର ବନ୍ଦ କରିପାରିବେ
-ଏହି ୧୦ ଜିଲ୍ଲାକୁ ଛାଡି ବାକି ସବୁ ଜିଲ୍ଲା ଜୋନ-୨ରେ ରହିବେ
-ମାସ୍କ, ସାମାଜିକ ଦୂରତ୍ୱ ନିୟମ କଡାକଡି ପାଳନ କରାଯିବ
-ମାସ୍କ ନପିନ୍ଧିଲେ ପୂର୍ବଭଳି ଜରିମାନା ଆଦାୟ କରାଯିବ
-ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ
-ଜୁଲାଇ ମାସରେ ଚେକିଂ ଜୋରଦାର ହେବ, କଡା କାର୍ଯ୍ୟାନୁଷ୍ଠାନ ହେବ
-ଦୋକାନୀ ସାମାଜିକ ଦୂରତ୍ୱ ବ୍ୟବସ୍ଥା ନ କଲେ କାର୍ଯ୍ୟାନୁଷ୍ଠାନ
-ଓଡିଶାକୁ ଆଉ ଅଧିକ ବିମାନ, ରେଳ ନଆସିବାକୁ ବ୍ୟବସ୍ଥା କରାଯିବ
ପ୍ରକାଶ ଯେ, ରାଜ୍ୟ ସରକାରଙ୍କ ପକ୍ଷରୁ ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି ସମୟରେ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ ରହିବେ। ସେହିଭଳି ଶିଳ୍ପ କାରଖାନାରେ କାର୍ଯ୍ୟରତ କର୍ମଚାରୀ, ପେଟ୍ରୋଲ ପମ୍ପ, ଛାପା ଓ ବୈଦୁତିକ ଗଣମାଧ୍ୟମ କର୍ମଚାରୀ ମଧ୍ୟ କଟକଣା ମୁକ୍ତ ରହିବେ ବୋଲି ସଚିବ କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣକୁ ଦେଖି ଜୁଲାଇ ମାସ ପାଇଁ କିଛି କଟକଣାକୁ ପୂର୍ବବତ ରଖିଛନ୍ତି। ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକ ଯାଇପାରିବେ ନାହିଁ। ଏଥିସହ ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ଆଦି ବନ୍ଦ ରହିବ। ସ୍କୁଲ, କଲେଜ, କୋଚିଂ ସେଣ୍ଟର ବନ୍ଦ ରହିବ। ରେଷ୍ଟୁରାଣ୍ଟ ଖୋଲା ରହିବ। ସେଠାରୁ ଖାଦ୍ୟ ପାର୍ସଲ ନିଆଯାଇପାରିବ ବୋଲି ମଙ୍ଗଳବାର ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ସୂଚନା ଦେଇଛନ୍ତି।