ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ସିଏଚଏସଇ ୱେସାଇଟ ରେଟ୍ ପରୀକ୍ଷା ରେଜଲ୍ଟ orissaresults.nic.in ଉପଲବ୍ଧ ହେବ ।
ଶନିବାର ଅପରାହ୍ନ ୪ଟାରେ ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶ ପାଇବ। କୋଭିଡ୍ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଥିଲା । ଚଳିତ ବର୍ଷ କଳାରେ ୨ ଲକ୍ଷ ୨୦ ହଜାର ୪୩୭ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ପଞ୍ଜିକୃତ କରିଥିଲେ । ସେହିପରି ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବା ପାଇଁ ପଞ୍ଜିକୃତ ହୋଇଥିଲେ।