ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

0 309
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୦୩/୦୭ : ଶ୍ରୀକ୍ଷେତ୍ରରେ ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଅଧରପଣା ନୀତି। ତିନି ରଥ ଉପରେ ବିରାଜମାନ କରିଥିବା ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥଙ୍କ ବିଗ୍ରହ ସାମ୍ନାରେ ଏହି ନୀତି ସମ୍ପନ୍ନ ହେବ। ମଧ୍ୟାହ୍ନ ଧୂପ ପରେ ଅଧରପଣା ନୀତି ଅନୁଷ୍ଠିତ ହେବ।

ତିନି ଠାକୁରଙ୍କ ଅଧର ବା ଓଠ ଉଚ୍ଚର କୁମ୍ବ ଆକୃତିର ୯ଟି ମାଟି ପାତ୍ରରେ ଦିବ୍ୟ ପଣା ପ୍ରସ୍ତୁତ କରାଯାଇ ଏହାକୁ ପଞ୍ଚ ଉପଚାରରେ ପୂଜା କରାଯାଇଥାଏ। କ୍ଷୀର, ସର, ଛେନା, କଦଳୀ ସହ ଅନ୍ୟ ସୁବାସିତ ଦ୍ରବ୍ୟରେ ପ୍ରସ୍ତୁତ ପଣା ଲାଗି ସମସ୍ତ ସାମଗ୍ରୀ ଓଡ଼ିଆ ମଠ, ରାଘବ ଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥାଏ। ପରେ ଏହି ପଣାହାଣ୍ଡିକୁ ରଥ ଉପରେ ଭାଙ୍ଗି ଦିଆଯାଏ।

ଶ୍ରୀଜିଉଙ୍କ ଘୋଷଯାତ୍ରା ବେଳେ ରଥରେ ରହୁଥିବା ପାର୍ଶ୍ୱ ଦେବାଦେବୀ ଓ ଚଣ୍ଡି -ଚାମଣ୍ଡା ଓ ଅଶରୀରୀଙ୍କ ଉଦ୍ଦେଶ୍ୟର ଏହି ପଣା ପ୍ରସ୍ତୁତ କରାଯିବାର ପରମ୍ପରା ରହିଛି। ଆଜିର ଏହି ନୀତି ପରେ ଆସନ୍ତାକାଲି ଚତୁର୍ଦ୍ଧାମୂର୍ତ୍ତିଙ୍କ ନବ ଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ।

Leave A Reply

Your email address will not be published.

3 × 3 =

error: Content is protected !!
Open chat