‘ସମ୍ବାଦ’ର ସଂପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ଆକ୍ରାନ୍ତ : ନିଜେ ଟ୍ୱିଟ କରି ଦେଲେ ସୂଚନା

0 385
greentech

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୮: ଦୈନିକ ଖବରକାଗଜ ‘ସମ୍ବାଦ’ର ସମ୍ପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ନେବାକୁ ବିଧାୟକ ସୌମ୍ୟରଞ୍ଜନ ଅନୁରୋଧ କରିଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି । ଆଜି ଟ୍ୱିଟ କରି ନିଜେ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି, “ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି ।”

ସୂଚନାଯୋଗ୍ୟ ଯେ, ପୂର୍ବରୁ ରାଜ୍ୟର ୪ ଜଣ ବିଧାୟକ କରୋନା ଆକ୍ରାନ୍ତ ହୋଇ ସୁସ୍ଥ ହୋଇଛନ୍ତି। ଏଥିପୂର୍ବରୁ ବାଲେଶ୍ୱର ଜିଲ୍ଲାର ନୀଳଗିରି ଓ ରେମୁଣା, କଟକ ଜିଲ୍ଲାର ସାଲେପୁର ଓ ଗଞ୍ଜାମ ଜିଲ୍ଲାର ପୋଲସରା ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହାଛଡା ନିକଟରେ ବରଗଡ ସାଂସଦ ସୁରେଶ ପୁଜାରୀ ମଧ୍ୟ ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସାଧୀନ ଅଛନ୍ତି।

Leave A Reply

Your email address will not be published.

1 × 5 =

error: Content is protected !!
Open chat