![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଆସନ୍ତାକାଲି ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ । କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୱାଲ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି । ଏହା ସହ ଛାତ୍ରଛାତ୍ରୀଙ୍କୁ ମଧ୍ୟ ଶୁଭେଚ୍ଚା ଜଣାଇଛନ୍ତି ।
![](https://i0.wp.com/kalingajyoti.com/wp-content/uploads/2020/07/cbse-1-1024x916.jpg?resize=1024%2C916)
ଚଳିତ ବର୍ଷ କୋଭିଡ ୧୯ ମହାମାରୀ ଭିତରେ ସିବିଏସଇର କିଛି ପରୀକ୍ଷା ହୋଇଥିବା ବେଳେ କିଛି ସ୍ଥଗିତ ହୋଇଥିଲା । ପରବର୍ତୀ ସମୟରେ ଜୁଲାଇ ୧ରୁ ୧୫ ଭିତରେ ପରୀକ୍ଷା ହେବାକୁ ବିଜ୍ଞପ୍ତି ପ୍ରକାଶ ପକାଇଥିଲା । ପିଲାଙ୍କ ପରୀକ୍ଷା ହୋଇଥିବା ବିଷୟରୁ ସର୍ବାଧିକ ମାର୍କକୁ ଲକ୍ଷ୍ୟ କରି ସେମାନଙ୍କ ଅନ୍ୟ ବିଷୟଗୁଡିକର ମାର୍କ ଦିଆଯିବାକୁ ସ୍ଥିର ହୋଇଥିଲା ।ସେହି ହିସାବରେ ସେମାନଙ୍କୁ ମାର୍କ ଦିଆଯାଇଛି । ଗତକାଲି ସିବିଏସଇର ଦ୍ୱାଦଶ ରେଜଲ୍ଟ ବାହାରିଥିଲା ।
![](https://kalingajyoti.com/wp-content/uploads/2020/07/cccc.jpg)