ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

0 456
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୩/୦୯: ସେପ୍ଟେମ୍ବର ୫ ତାରିଖ ଅପରାହ୍ନ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।


ସୂଚନାଯୋଗ୍ୟ, ଆଜି ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏହା ଆଗରୁ ଅଗଷ୍ଟ ଶେଷ ସପ୍ତାହରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଥିଲା। କିନ୍ତୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)ର ଦୁଇ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ହେବା ପରେ ପରୀକ୍ଷା ଫଳ ପ୍ରସ୍ତୁତିରେ ସମସ୍ୟା ଉପୁଜିଛି। ଯେଉଁଥିପାଇଁ ପରୀକ୍ଷା ଫଳ ପ୍ରକାଶରେ କିଛି ଦିନ ବିଳମ୍ବ ହେବ। ତେବେ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଥିଲେ। ତେବେ ଏକାଧିକ ବାର ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ  ପାଇବାର ତାରିଖ ବଦଳୁଥିବା ହେତୁ  ଛାତ୍ରଛାତ୍ରୀ ଓ ଅଭିଭାବକ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଛି।


ସୂଚନାଯୋଗ୍ୟ ଯେ ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Leave A Reply

Your email address will not be published.

11 + 19 =

error: Content is protected !!
Open chat