ଭୁବନେଶ୍ବର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୪ ମାସ ମାଗଣା ଚାଉଳ ଦେବେ ଓଡ଼ିଶା ସରକାର। ଏହା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଚଳିତ କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆସନ୍ତା ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ଚାରିମାସ ପାଇଁ ଅଧିକ ଚାଉଳ ବଣ୍ଟନ କରିବେ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏହି ଯୋଜନାର ପ୍ରତ୍ୟେକ ହିତାଧିକାରୀ ଚଳିତ ଡିସେମ୍ବର ମାସରୁ ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରତିମାସ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ। ଏଥିପାଇଁ ରାଜ୍ୟ ସରକାର ମୋଟ ୧୮,୩୧୦.୬୪୦ ଟନ୍ ଚାଉଳ ଦେବେ। ପ୍ରତି ମାସରେ ୪୫୭୮ ଟନ୍ ଚାଉଳ ଯୋଗାଇ ଦିଆଯିବ। ଏଥିପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୮୮.୧୩ କୋଟି ଟଙ୍କା ଅଧିକ ଖର୍ଚ୍ଚ କରିବେ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।