୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍‌ ଟର୍ମିନାଲ : ମୁଖ୍ୟମନ୍ତ୍ରୀ

0 408
greentech

ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରିଛନ୍ତି ।

ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ ବ୍ୟସ୍ତବହୁଳ ବସ୍‌ଷ୍ଟାଣ୍ଡ । ରାଜ୍ୟର ବିଭିନ୍ନ ସ୍ଥାନକୁ ଏଠାରୁ ବସ୍‌ ଚଳାଚଳ କରିଥାଏ ।ହଜାର ହଜାର ଯାତ୍ରୀ ମଧ୍ୟ ପ୍ରତିଦିନ ବିଭିନ୍ନ ସ୍ଥାନକୁ ବସ୍‌ଯୋଗେ ଯାଇଥାନ୍ତି। ତେଣୁ ଏହାକୁ ଅକ ଅତ୍ୟାଧୁନିକ ରୂପ ଦେବାପାଇଁ ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କାମ ଆରମ୍ଭ ହୋଇଛି ।

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ ବରମୁଣ୍ଡାର ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଏହି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏହି ପ୍ରକଳ୍ପର ଦୁଇଟି ଭାଗ ରହିଛି । ଗୋଟିଏ ଖଣ୍ଡଗିରିସ୍ଥ ବସ୍‌ ଡିପୋ ଏବଂ ଅନ୍ୟଟି ବରମୂଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ । ଖଣ୍ଡଗିରି ବସ୍‌ ଡିପୋ କାର୍ଯ୍ୟ ସମ୍ପୁର୍ଣ୍ଣ ହୋଇଯାଇଛି ଏବଂ ମୁଖ୍ୟମନ୍ତ୍ରୀ ଆଜି ତାହା ବୁଲି ଦେଖିଥିଲେ ଏବଂ ଉନ୍ନତ ନିର୍ମାଣ କାର୍ଯ୍ୟ ସହିତ ବସ୍‌ ରହିବାର ସୁବ୍ୟବସ୍ଥା ହୋଇଥିବାରୁ ସନ୍ତୋଷ ପ୍ରକାଶ କରିଥିଲେ ।

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲକୁ ପୂର୍ବ ଭାରତର ପ୍ରମୁଖ ବସ୍‌ ଟର୍ମିନାଲ ଭାବରେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କର ଲକ୍ଷ୍ୟ ରହିଛି । ଅତ୍ୟାଧୁନିକ ଡିଜାଇନ ସହିତ ଯାତ୍ରୀମାନଙ୍କର ସୁବିଧା ସୁଯୋଗ, ବସ୍‌ ମାନଙ୍କର ପ୍ରସସ୍ଥ ପ୍ରବେଶ ଓ ପ୍ରସ୍ଥାନ ତଥା ବାଣିଜ୍ୟିକ ସ୍ଥାନ ଆଦି ଉପରେ ଏଥିରେ ସ୍ବତନ୍ତ୍ର ଗୁରୁତ୍ବ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ 5T କାର୍ଯ୍ୟକ୍ରମ ଅଧିନରେ ଏହି ଆନ୍ତଃରାଜ୍ୟ ବସ ଟର୍ମିନାଲର ରୂପାନ୍ତରୀକରଣ (Transformation) କାର୍ଯ୍ୟ ହାତକୁ ନିଆଯାଇଛି ।
ଏହି କାର୍ଯ୍ୟ ପାଇଁ ମୋଟ ୧୮୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଏହି ପରିଦର୍ଶନ ସମୟରେ ମନ୍ତ୍ରୀ  ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ  ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) । ଭି.କେ. ପାଣ୍ଡିଆନ, ଭୁବନେଶ୍ବର ମହାନଗର ନିଗମର କମିଶନର ଓ ପୋଲିସ କମିଶନର ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.

eight + eight =

error: Content is protected !!
Open chat