କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭ : ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୪୪୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୭୮ରେ ପହଞ୍ଚିଛି।