୪ ଦିନିଆ ରିମାଣ୍ଡରେ ଗଲେ ବୀରମିତ୍ରପୁରର ବହିଷ୍କୃତ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ

0 225
greentech

କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଉରକେଲା ୦୩/୦୭ : ସୁନ୍ଦରଗଡ଼ ଜିଲ୍ଲା ରାଇବଗା ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ବୀରମିତ୍ରପୁର ଥାନାର ବହିଷ୍କୃତ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। କୋର୍ଟରେ କ୍ରାଇମବ୍ରାଞ୍ଚ ୭ ଦିନିଆ ରିମାଣ୍ଡ ଦାବି କରିଥିଲା। ତେବେ କୋର୍ଟ ୪ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି।

ଅନ୍ୟପଟେ ବହିଷ୍କୃତ ଆଇଆଇସି ଜାମିନ ଆବେଦନ କରିଥିଲେ ମଧ୍ୟ ତାହା ଖାରଜ ହୋଇଯାଇଛି। ରିମାଣ୍ଡ ଅବଧି ସରିବା ପରେ ଆସନ୍ତା ୬ ତାରିଖରେ ପୁ଼ଣି  ତାଙ୍କୁ କୋର୍ଟରେ ହାଜର କରିବ କ୍ରାଇମବ୍ରାଞ୍ଚ। ଆନନ୍ଦଙ୍କୁ ଅନୁଗୋଳ ଜିଲ୍ଲା ବଇଣ୍ଡା ଅଞ୍ଚଳର ଏକ ଜଙ୍ଗଲରୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ।

ବୁଧବାର ଦିନ ପୁଲିସ୍ ଡିଜିପି ଅଭୟ ନିଲମ୍ବିତ ବୀରମିତ୍ରପୁର ଆଇଆଇସିଙ୍କୁ ଚାକିରିରୁ ବହିଷ୍କୃତ କରିଥିଲେ। ସମ୍ପୃକ୍ତ ପୁଲିସ୍ ଅଧିକାରୀଙ୍କ ଆଚରଣକୁ ଲଜ୍ଜାଜନକ ବୋଲି କହିବା ସହ ନାବାଳିକାଙ୍କ ନିକଟରେ ଆମେ କ୍ଷମାପ୍ରାର୍ଥନା କରୁଛୁ ବୋଲି କହିଥିଲେ ଡିଜିପି।

ସୂଚନାଥାଉ କି, ଏହି ଘଟଣାରେ ବୀରମିତ୍ରପୁର ଥାନା ଆଇଆଇସି ଓ ଡାକ୍ତରଙ୍କ ସମେତ ୬ ଜଣଙ୍କ ନାଁରେ ସୁନ୍ଦରଗଡ଼ ଡିସିପିଓ ରାଏବଗା ଥାନାରେ ଏତଲା ଦେଇଛନ୍ତି। ଏହି ଘଟଣା ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଗିରଫ  କରାଯାଇଥିବା ବେଳେ ଜଣେ ଡାକ୍ତରଙ୍କ ସମେତ ଅନ୍ୟ ୫ ଜଣଙ୍କୁ ମଧ୍ୟ ଏ ପର୍ଯ୍ୟନ୍ତ  ପୁଲିସ୍ ଧରିପାରି ନାହିଁ।

Leave A Reply

Your email address will not be published.

10 + 3 =

error: Content is protected !!
Open chat