![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
![](https://i0.wp.com/kalingajyoti.com/wp-content/uploads/2020/06/fgs.jpg?resize=547%2C285)
କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ୨୯/୦୬: ଦେଶରେ ପ୍ରତ୍ୟେକ ଦିନ ରେକର୍ଡ ଭାଙ୍ଗୁଛି କରୋନା। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସମକ୍ରମିତ ମୋଟ ରୋଗୀଙ୍କ ସଂଖ୍ୟା ୫ ଲକ୍ଷ ପାର କରିସାରିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୧୯ ହଜାର ୪୫୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୮୦ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଦେଶରେ ୨ ଲକ୍ଷ ୧୦ ହଜାର ୧୨୦ଆକ୍ଟିଭ ମାମଲା ରହିଥିବାବେଳେ ମୋଟ୍ ୩ ଲକ୍ଷ ୨୧ ହଜାର ୭୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬,୪୭୫କୁ ବୃଦ୍ଧି ହୋଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୪୮ ହଜାର ୩୧୮କୁ ବୃଦ୍ଧି ପାଇଛି।
ମହାରାଷ୍ଟ୍ରରେ ସର୍ବାଧିକ ୧ ଲକ୍ଷ ୬୪ ହଜାର ୬୨୬ ଆକ୍ରାନ୍ତ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୭ ହଜାର ୪୨୯କୁ ବୃଦ୍ଧି ହୋଇଛି।