ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦସ୍ଥିତ ଦୁନିଆର ସବୁଠୁ ବଡ଼ କ୍ରିକେଟ୍ ଷ୍ଟାଡିୟମ ମୋଟେରା ଷ୍ଟାଡିୟମକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବୁଧବାର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଏକ ବଡ଼ ନିଷ୍ପତ୍ତିକ୍ରମେ ଷ୍ଟାଡିୟମର ନାମକୁ ବଦଳାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ନାମିତ କରାଯାଇଛି।
ମୋଟେରା ନାମରେ ଜଣାଶୁଣା ଏହି ଷ୍ଟାଡିୟମ ଏଣିକି ‘ନରେନ୍ଦ୍ର ମୋଦୀ ଷ୍ଟାଡିୟମ’ ଭାବେ ଜଣାଯିବ। ଏହି ନୂଆ ଷ୍ଟାଡିୟମରେ ଆଜି ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳାଯାଉଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିବାରାତ୍ର ଟେଷ୍ଟ ମ୍ୟାଚ ଅନୁଷ୍ଠିତ ହେବ। ଏସଜିର ଗୋଲାପୀ ବଲରେ ଏହି ମ୍ୟାଚ ଖେଳାଯିବ। ୧ ଲକ୍ଷ ୧୦ ହଜାର ଦର୍ଶକ କ୍ଷମତା ବିଶିଷ୍ଟ ଏହି ଷ୍ଟାଡିୟମରେ ସମସ୍ତ ପ୍ରକାର ଆଧୁନିକ ସୁବିଧା ଉପଲବ୍ଧ ରହିଛି।