![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ଭୁବନେଶ୍ୱର ୦୯/୦୬/୨୦୨୧ କଳିଙ୍ଗ ଜ୍ଯୋତି ବ୍ଯୁରୋ : କରୋନା କାଳରେ ଶିକ୍ଷା ବିଭାଗ ଉପରେ ସର୍ବାଧିକ ପ୍ରଭାବ ପଡିଛି । ସ୍ନାତକ ଓ ସ୍ନାତକୋତ୍ତର ପାଠପଢା ଏବଂ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଚିନ୍ତା ପ୍ରକଟ କରିଛି । ଚଳିତ ମାସ ୧୨ ତାରିଖରେ ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ ବୋଲି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ସୂଚନା ଦେଇଛନ୍ତି ।
ଲକ୍ଡାଉନ ବେଳେ ପାଠପଢ଼ା ସମ୍ପର୍କରେ ବୈଠକରେ ଆଲୋଚନା କରାଯିବ । ସେହିପରି ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ । ପରେ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କ ସହ ବୈଠକ ହେବ । ପରୀକ୍ଷା ନେଇ ସେମାନଙ୍କ ମତ ବି ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ଚୂଡାନ୍ତ ନିଷ୍ପତ୍ତି ନେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ କହିଛନ୍ତି । କୋଭିଡ୍ ପାଇଁ ଭର୍ଚୁଆଲ୍ ମିଟିଂରେ ଆଲୋଚନା କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।