![greentech](https://i0.wp.com/kalingajyoti.com/wp-content/uploads/2022/07/greentech2.jpg?w=1170&ssl=1)
ରାଜନଗର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ।
ଜାନୁଆରୀ ୨ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ଜାନୁଆରୀ ୨୦୨୧ ବା ଗତବର୍ଷ ଗଣନା ଅନୁସାରେ ଭିତରକନିକାରେ ୧୭୬୮ଟି ବଉଳା କୁମ୍ଭୀର ଅଛନ୍ତି । କୁମ୍ଭୀର ବିଶାରଦ ଡା ସୁଧାକର କରଙ୍କ ନେତୃତ୍ୱରେ ବନ କର୍ମଚାରୀମାନଙ୍କୁ ନେଇ କୁମ୍ଭୀର ଗଣନା କରାଯିବ । ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଡା ଯଜ୍ଞଦତ୍ତ ପତି l